Spread the love

ଭୁବନେଶ୍ୱର: ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରେ ଜଣେ ୮୫ ବର୍ଷୀୟ ବୃଦ୍ଧଙ୍କର ଗୁରୁବାର ମୃତ୍ୟୁ ହୋଇଛି । ସେ ସୁରତ ଫେରନ୍ତା ଓ ତାଙ୍କର ଉଚ୍ଚ ରକ୍ତଚାପ ସମେତ ବିଭିନ୍ନ ସ୍ୱାସ୍ଥ୍ୟଜନିତ ସମସ୍ୟା ଥିଲା ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ଗୁରୁବାର ୫୧ ଜଣ ନୁଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ୧୧୦୩ ଜଣ କରୋନା ସଂକ୍ରମତି ଚିହ୍ନଟ ହୋଇଥିଲା ବେଳେ ୩୪୩ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଏବେ ୭୫୩ ସକ୍ରୀୟ କରୋନା ରୋଗୀ ଚିକିତ୍ସିତ ହେଉଛନ୍ତି ।
ବୁଧବାର ଖୋର୍ଦ୍ଧା ଜିଲ୍ଲାରେ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କର ମୃତ୍ୟୁ ଘଟିଥିଲା ବୋଲି ସୂଚନା ଦିଆଯାଇଥିଲା । ପୂର୍ବରୁ କଟକର ୭୫ବର୍ଷର ଜଣେ ବ୍ୟକ୍ତି କରୋନାରେ ପ୍ରାଣ ହରାଇଥିଲେ। ତାଙ୍କର ଅନ୍ୟାନ୍ୟ ଜଟିଳ ରୋଗ ଥିବା ସହିତ ଶ୍ୱାସକ୍ରିୟାରେ ସମସ୍ୟା ଥିଲା । ୧୭ତାରିଖରେ ଭୁବନେଶ୍ବର ଏମ୍ସରେ ତାଙ୍କୁ ଭର୍ତି କରାଯାଇଥିବା ବେଳେ କିଛି ଘଣ୍ଟା ଭିତରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପରେ ତାଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେ କରୋନାରେ ସଂକ୍ରମିତ ଥିବା ଜଣାପଡ଼ିଥିଲା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଥିଲା । ରାଜ୍ୟରେ ଗୁରୁବାର ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି। ଗୁରୁବାର ପୁରୀରୁ ଜଣେ ଓ କଳାହାଣ୍ଡି ଜିଲ୍ଲାରୁ ଆଜି ୧୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୪, ଯାଜପୁରରୁ ୫, ସମ୍ବଲପୁରରୁ ୨. ମୟୂରଭଞ୍ଜରୁ ୩, ନୟାଗଡ଼ରୁ ୧୧, ଜଗତସିଂହପୁରରୁ ୨, ଅନୁଗୁଳରୁ ୨ ଓ କଟକରୁ ୯ ଜଣ ନୂଆ ଆକ୍ରାନ୍ତ ଠାବ ହୋଇଛନ୍ତି । ଆଜି ବି ମାଲକାନଗିରି ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

LEAVE A REPLY

Please enter your comment!
Please enter your name here