Spread the love

ଭୁବନେଶ୍ୱର: ସୋମବାର ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ତାଙ୍କର ପରୀକ୍ଷା ରିପୋର୍ଟ ନେଗେଟିଭ ଆସିବା ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିବା ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିଲେ। ଏହାଦ୍ୱାରା ମୋଟ ସୁସ୍ଥଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି । କେବଳ ଭୁବନେଶ୍ୱରରେ ୨୬ଜଣ ସୁସ୍ଥ ହୋଇସାରିଥିବା ଜଣାପଡ଼ିଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ, ବର୍ତ୍ତମାନ ଓଡ଼ିଶାରେ ୮୯ଟି ସକ୍ରିୟ ମାମଲା ରହିଛି । ଭୁବନେଶ୍ୱରରେ ୧୯ଟି ସକ୍ରିୟ ମାମଲା ରହିଥିବା ବେଳେ ଗତ ୧୪ଦିନ ମଧ୍ୟରେ ଭୁବନେଶ୍ୱରରେ କୌଣସି କରୋନା ରୋଗୀ ଚିହ୍ନଟ ହୋଇନାହାନ୍ତି । ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ ଓ ଭଦ୍ରକରୁ ୩ ଚିହ୍ନଟ ହେବା ପରେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଓ ଭଦ୍ରକରେ ୧୯କୁ ବୃଦ୍ଧି ପାଇଛି । ଭଦ୍ରକର ତିନିଜଣଙ୍କ ମଧ୍ୟରୁ ଦୁଇ ଜଣ ବାସୁଦେବପୁର ବ୍ଲକର ଓ ଜଣେ ବନ୍ତ ବ୍ଲକର ବୋଲି ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here