Short circuit, burnt cable, on color wooden background
Spread the love

ଭୁବନେଶ୍ୱର
ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟି ବ୍ରହ୍ମପୁର କୋ-ଆପରେଟିଭ ସୋସାଇଟ ବ୍ୟାଙ୍କ ସଭାପତି ଅଲେଖ ଚୌଧୁରୀ, ତାଙ୍କର ଜଣେ ସମ୍ପର୍କୀୟ ଏବଂ ଘରେ କାମ କରୁଥିବା ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି । ସୂଚନା ଅନୁଯାୟୀ ବ୍ରହ୍ମପୁର ଗୋଷାଣୀ ନୂଆଗାଁ ପାଣିଗ୍ରାହୀ ପେଣ୍ଠସାହିରେ ଥିବା ଅଲେଖଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ସର୍ଟ ସର୍କିଟରୁ ନିଆଁ ଲାଗିଯାଇଥିଲା । ଏହି ସମୟରେ ଉକ୍ତ ୩ ଜଣ ଗୋଟିଏ ରୁମରେ ଶୋଇଥିଲେ । ପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରିଥିଲା । ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ।

LEAVE A REPLY

Please enter your comment!
Please enter your name here