Spread the love

ଭୁବନେଶ୍ୱର: ଜୁଲାଇ ଶେଷ ସୁଦ୍ଧା ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୁଚନା ଦେଇଛନ୍ତି । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ମନ୍ତ୍ରୀ ଏହି ସୁଚନା ଦେଇଛନ୍ତି । ସେ କହିଛନ୍ତି ଯେ ପୁର୍ବରୁ ୨୦ରୁ ମାଟ୍ରିକ ଖାତା ଦେଖା ହେବ ବୋଲି ସ୍ଥିର ହୋଇଥିଲା ମାତ୍ର ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ ଯୋଗୁ ଏହାକୁ ସ୍ଥଗିତ ରଖାଯାଇଛି । ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଖାତା ଦେଖା ତାରିଖ ଘୋଷଣା ହେବ ବୋଲି ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here