Spread the love

ଭୁବନେଶ୍ୱର
ରାଜ୍ୟରେ ଆଜି ଆଉ ୧୪୩ ଜଣ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି । ଏହା ସହିତ ମୋଟ ରୋଗୀଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚିଯାଇଛି । ଏବେ ୧୦୫୪ଟି ମାମଲା ସକ୍ରିୟ ଥିବାବେଳେ ୧୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ଏଥିରେ ୭ ଜଣ ମୃତ୍ୟୁବରଣ କରିଛନ୍ତି । ଏହି ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣଙ୍କୁ କ୍ୱାରେଣ୍ଟାଇନ ସେଣ୍ଟରରୁ ଏବଂ ୧୧ ଜଣଙ୍କୁ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ କରାଯାଇଛି । ସେହିପରି ଏବେ ସୁଦ୍ଧା ୧୬୨୮୯୧ ଜଣଙ୍କ ସ୍ୱାବ ଟେଷ୍ଟ କରାଯାଇଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here