Spread the love

ଭୁବନେଶ୍ୱର :ଦିନକୁ ଦିନ ରାଜ୍ୟରେ କରୋନା ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି କ୍ରମରେ ମଙ୍ଗଳବାର ଆଉ ୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ବାଲେଶ୍ୱରର ୧୫(୧୩ ଜଣ ସୁରତ ଏବଂ ଜଣେ ପଶ୍ଚିମବଙ୍ଗରୁ ଫେରିଛନ୍ତି), ଗଞ୍ଜାମ ଏବଂ ଯାଜପୁରରୁ ୩ ଜଣ ଲେଖାଏଁ,ପୁରୀ ଏବଂ ବୌଦ୍ଧରୁ ଜଣେ ଲେଖାଏଁ ରୋଗୀ ସାମିଲ ଅଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଯାଇଛି । ଏମାନଙ୍କ ମଧ୍ୟରୁ ୮୫ ଜଣ ସୁସ୍ଥ ହୋଇ ଫେରିଥିବାବେଳେ ୩୪୯ ଜଣ ଚିକିତ୍ସାଧୀନ ଅଛନ୍ତି ଓ ୩ ଜଣ ମୃତ୍ୟୁବରଣ କରିଛନ୍ତିି । ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରାଯାଇ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here