Spread the love

କଟକ: ବିଭିନ୍ନ ରାଜ୍ୟରେ କରୋନା ଜନିତ ଲକଡାଉନ ପାଇଁ ଅଟକି ରହିଥିବା ଲକ୍ଷଲକ୍ଷ ଓଡିଆ ଶ୍ରମିକଙ୍କ ସବୁ ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ଘୋଷଣା କରାଯାଇଛି । ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରବାସୀ ଓଡିଆ ଶ୍ରମିକଙ୍କ ପାଇଁ ୨୪ ଘଣ୍ଟିଆ ହେଲ୍ପ ଲାଇନ ନମ୍ବର ଜାରି କରିଛନ୍ତ । ରାଜ୍ୟକୁ ଫେରିବା ପରେ ପରେ ଏମାନଙ୍କୁ ୧୪ ଦିନ ପାଇଁ କ୍ୱାରେଣ୍ଟିନରେ ରଖାଯିବ। ଏଠାରେ ରହିବା, ଖାଦ୍ୟପାନୀୟ, ସ୍ୱଛତା ରକ୍ଷା ଠାରୁ ଆରମ୍ଭ କରି ମନୋରଞ୍ଜନ ପାଇଁ ବ୍ୟବସ୍ଥା କରିବେ ସରକାର । କ୍ୱାରେଣ୍ଟିନରେ ପ୍ରତି ସାବାଳକଙ୍କ ପାଇଁ ଜଣ ପିଛା ଖାଦ୍ୟ ବାବଦରେ ଖର୍ଚ୍ଚ ହେବ ୧୨୦ ଟଙ୍କା ଓ ୧୪ ବର୍ଷରୁ କମ୍ ବୟସ ପିଲାଙ୍କ ପାଇଁ ଖାଦ୍ୟ ବାବଦରେ ୧୦୦ ଟଙ୍କା ଖର୍ଚ୍ଚ ହେବ । ପ୍ରତି ବ୍ୟକ୍ତିଙ୍କ ସ୍ୱଚ୍ଛତା ରକ୍ଷା ବାବାଦରେ ୩୦୦ ଟଙ୍କା । ପ୍ରତ୍ୟେକ ଦିନ ସକାଳ ୮ଟାରୁ ୯ଟା ମଧ୍ୟରେ ଜଳଖିଆ , ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ମଧ୍ୟରେ ମଧ୍ୟାହ୍ନ ଭୋଜନ, ସଂଧ୍ୟାରେ ଚା ଓ ବିସ୍କୁଟ୍ ଏବଂ ସାଢେ ୭ଟାରୁ ୯ଟା ମଧ୍ୟରେ ରାତ୍ରି ଭୋଜନ ଯୋଗାଇ ଦିଆଯିବ ।

LEAVE A REPLY

Please enter your comment!
Please enter your name here