Spread the love

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଜଣାପଡ଼ିନଥିଲେ ରାଜ୍ୟ ସରକାର ୧୨ଟି ଜିଲ୍ଲାକୁ ନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ବାତ୍ୟା ବାଂଲାଦେଶ କିମ୍ବା ପଶ୍ଚିମବଙ୍ଗ କିମ୍ବା ଓଡ଼ିଶାରେ ଲ୍ୟାଣ୍ଡଫଲ କରିପାରେ ବୋଲି କୁହାଯାଉଛି । ରାଜ୍ୟର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ପ୍ରତି ସର୍ବାଧିକ ବିପଦ ରହିଛି । ସେହିପରି ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦୁଝର, ଯାଜପୁର ଓ ମୟୁରଭଞ୍ଜକୁ ଜିଲ୍ଲାକୁ ମଧ୍ୟ ସତର୍କ କରାଯାଇଛି ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୁଚନା ଦିଆଯାଇଛି । ଏହି ସବୁ ଜିଲ୍ଲାରେ ଅସ୍ଥାୟୀ ଆଶ୍ରୟ ଶିବିର ସ୍ଥାପନ, ରାସ୍ତାଘାଟ, ପାନୀୟ ଜଳ, ସ୍ୱାସ୍ଥ୍ୟ, ପରିମଳ ବ୍ୟବସ୍ଥା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ନିଦେ୍ର୍ଦଶ ଦିଆଯିବା ସହ ଉକ୍ତ ଜିଲ୍ଲା ଗୁଡ଼ିକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଆବଶ୍ୟକ ହେଲେ ଲୋକଙ୍କୁ ସ୍ଥାନାନ୍ତର କରାଯିବ ଓ ସମୁଦ୍ରଠାରୁ ୩ କିଲୋମିଟର ମଧ୍ୟରେ ଥିବା କରୋନା ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡ଼ିକ ଅନ୍ୟତ୍ର ସ୍ଥାନ୍ତର ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ମଧ୍ୟ ନିଦେ୍ର୍ଦଶ ଦିଆଯାଇଛି ବୋଲି ସରକାରୀ ଭାବେ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here