Spread the love

ଭୁବନେଶ୍ୱର: ମୟୁରଭଞ୍ଜରୁ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ଏବଂ ଜିଲ୍ଲାରେ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ଏହି ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ ଗୁରୁବାର ସକାଳେ ଗଞ୍ଜାମର ୧୭ ଜଣ ଏବଂ ମୟୁରଭଞ୍ଜର ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେମାନେ ସମସ୍ତେ ସୁରତରୁ ଫେରି କ୍ୱାରେଣ୍ଟାଇନରେ ଥିଲେ ।

LEAVE A REPLY

Please enter your comment!
Please enter your name here