Spread the love

ଭୁବନେଶ୍ୱର: ରାଜ୍ୟରେ ବାତ୍ୟା ଆଶଙ୍କା ନାହିଁ । ତେବେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟଳୟ ପ୪ରୁ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଛି । ରବିବାର ଅପରାହ୍ଣରେ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶା, ଅନୁଗୁଳ, ସୁନ୍ଦରଗଡ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟାଗଡା, ନୁଆପଡାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here