Spread the love

ସମ୍ବଲପୁର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ସୁବାସ ଚୌହ୍ୱାନଙ୍କ ପରଲୋକ। ଚୌହ୍ୱାନ ଗତ ୫ ଦିନ ଧରି ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କର ସ୍ବାସ୍ଥ୍ୟବସ୍ଥା ଉଦବେଗଜନକ ଥିବାରୁ ବରିଷ୍ଠ ଡାକ୍ତରଙ୍କୁ ନେଇ ଗଠିତ ଏକ ଟିମ୍ ତାଙ୍କର ଚିକିତ୍ସା ଜାରି ରଖିଥିଲେ। ରବିବାର ଭୋର ସମୟରେ ମୃତ୍ୟୁ ଘଟିଥିବା ଜଣାପଡିଛି। ଗତ ବର୍ଷ ଚୌହ୍ଵାନ ପଶ୍ଚିମ ଓଡ଼ିଶାର ବିକାଶ ପରିଷଦର ଅଧ୍ୟକ୍ଷ ରୂପେ ନିଯୁକ୍ତି ପାଇଥିଲେ। ଗତ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ। ୨୦୧୪ ନିର୍ବାଚନରେ ସେ ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ।

LEAVE A REPLY

Please enter your comment!
Please enter your name here