Spread the love

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ ଜିଲ୍ଲାରେ କାଳବୈଶାଖି ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ୟ୍ୟାଳୟ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ବୁଧବାର ଅପରାହ୍ଣ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ କନ୍ଧମାଳ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ କେନ୍ଦ୍ରପଡ଼ା ଜିଲ୍ଲାରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।

LEAVE A REPLY

Please enter your comment!
Please enter your name here