Spread the love

ଭୁବନେଶ୍ୱର: ଆସନ୍ତା ୩ଦିନ ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆକଳନ କରାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ । କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଖେର୍ଦ୍ଧା ଓ ଝାରସୁଗୁଡ଼ା ଜିଲ୍ଲାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ସ୍ଥାନେସ୍ଥାନେ ଘଣ୍ଟା ପ୍ରତି ୪୦ରୁ୫୦ କିମି ବେଗରେ ପବନ ବହିବ । ଏଥିସହ ସୁନ୍ଦରଗଡ଼, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜିଲ୍ଲାର କିଛି ସ୍ଥାନରେ ଝଡ଼ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୮ତାରିଖ ପର୍ଯ୍ୟନ୍ତ ଏମିତି ସ୍ଥିତି ଲାଗି ରହିବ । ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବାକୁ ଥିଲେ ମଧ୍ୟ ମେ’ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା କାଳବୈଶାଖୀରେ ରାଜ୍ୟର ବିଭିନ୍ନ ସ୍ଥାନରେ ୫ଜଣ ପ୍ରାଣ ହରାଇଛନ୍ତି ।

LEAVE A REPLY

Please enter your comment!
Please enter your name here