Spread the love

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡଘଡ଼ି ସହ ବଜ୍ରପାତ ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ଏଭଳି ପାଗ ଲାଗି ରହିବ। ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ହେବ। ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।୨୬ ତାରିଖ ଅପରାହ୍ନରୁ ୨୭ ତାରିଖ ମଧ୍ୟାହ୍ନ ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ ପବନ ଦେଖିବାକୁ ମିଳିବ। ୨୮ ତାରିଖ ପର୍ୟ୍ୟନ୍ତ ଏମିତି ସ୍ଥିତି ଲାଗିରହିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ଦିନର ସ୍ୱାଭାବିକଠାରୁ ୩ ଡିଗ୍ରି କମ ରହିବ ବୋଲି ପୂର୍ବାନୁମାନ କରାଯାଇଛି।ଗତ ୩୬ ଘଣ୍ଟା ମଧ୍ୟରେ ଫୁଲବାଣୀରେ ସର୍ବାଧିକ ୧୨୪.୪ ମିମି ବର୍ଷା ହୋଇଛି। ରାଜ୍ୟର ସମସ୍ତ ସହରର ତାପମାତ୍ରା ୪୦ ଡିଗ୍ରି ତଳେ ଥିଲା।

LEAVE A REPLY

Please enter your comment!
Please enter your name here