Spread the love

ଭୁବନେଶ୍ୱର
ଆଜି ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣି ଜାରି କରାଯାଇଛି । ଆଜି ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହିତ ୩୦ରୁ ୪୦ କିମି କିମ୍ବା ତାହା ଠାରୁ ଅଧିକ ବେଗରେ ପବନ ବହିବାର ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଚ ଏବଂ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାବେଳେ ୧୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here