Spread the love

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ୬ଟି ଜିଲ୍ଲାର କୋଭିଡ଼ ସ୍ୱାସ୍ଥ୍ୟ କେନ୍ଦ୍ର ଶଯ୍ୟା ସଂଖ୍ୟା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମଙ୍ଗଳବାର ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଗଞ୍ଜାମ, ବାଲେଶ୍ୱର, କେନ୍ଦ୍ରପଡ଼ା, ଭଦ୍ରକ, ଯାଜପୁର ଓ ବଲାଙ୍ଗୀରରେ କୋଭିଡ଼ କେନ୍ଦ୍ର ଶଯ୍ୟା ସଂଖ୍ୟା ବୃଦ୍ଧି କରିବାକୁ ନିଦେ୍ର୍ଦଶ ଦେଇଛନ୍ତି । ସପ୍ତାହକ ମଧ୍ୟରେ ଏହା କାର୍ଯ୍ୟକାରୀ ହେବ । ଏଥିସହ ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ଲୋକଙ୍କୁ ସଚେତନ କରାଇବା ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥରେ ଅନ୍ତେବାସୀଙ୍କୁ ରୋଗ ପରିଚାଳନା ସମ୍ପର୍କରେ ଶିକ୍ଷା ଦିଆଯିବ । ଏଥିପାଇଁ ଏକ ସଂକ୍ଷିପ୍ତ ସାର୍ଟିଫିକେଟ କୋର୍ସ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ଗ୍ରାମାଞ୍ଚଳ ଅର୍ଥନୀତିକୁ ସଶକ୍ତ କରିବା ପାଇଁ ଅଧିକ ପାଣ୍ଠି ଦିଆଯିବ । ଏଥିସହ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ୩ଟି ଅଧ୍ୟାଦେଶ ଜରି କରାଯିବ ବୋଲି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି ।

LEAVE A REPLY

Please enter your comment!
Please enter your name here