Spread the love

ଭୁବନେଶ୍ୱର: ରାଜ୍ୟର ୮ ଜିଲ୍ଲାରେ ଆସ୍ତା ୨୪ ଘଣ୍ଟାରେ କାଳବୈଶାଖି ହେବାର ସମ୍ଭାବନା ଅଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶୁକ୍ରବାର ଅପରାହ୍ଣ ସୁଦ୍ଧା ରାଜ୍ୟର ରାୟଗଡ଼ା, କୋରାପୁଟ, କନ୍ଧମାଳ, କେନ୍ଦୁଝର, ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର,କନ୍ଧମାଳ, କୋରାପୁଟ, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here