Spread the love

ନୂଆଦିଲ୍ଲୀ
ଦେଶରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହିତ ମୋଟ ମୃତ୍ୟୁସଂଖ୍ୟା ୭୩୮୯୦କୁ ବୃଦ୍ଧି ପାଇଛି । ଏହା ସହିତ ମୃତ୍ୟୁହାର ମଧ୍ୟ କ୍ରମାଗତ ଭାବେ କମିବାରେ ଲାଗିଛି । ଏବେ ଏହା ୧.୬୯ ପ୍ରତିଶତ ରହିଛି । ବର୍ତ୍ତମାନ ୮୯୭୩୪ଟି ମାମଲା ସକ୍ରିୟ ଥିବାବେଳେ ୩୩୯୮୮୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୁସ୍ଥ ବ୍ୟକ୍ତିଙ୍କ ହାର ୭୭.୭୭ ପ୍ରତିଶତ ଏବଂ ୨୦.୫୩ ପ୍ରତିଶତ ମାମଲା ସକ୍ରିୟ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ୭୪୮୯୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here