Spread the love

ଭୁବନେଶ୍ୱର
ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ସଂକ୍ରମିତଙ୍କ ସହିତ ମୃତ୍ୟୁସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।୧୩ ମୃତକଙ୍କ ମଧ୍ୟରୁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ,ଗଜପତି ଜିଲ୍ଲାରୁ ୨ ଜଣ, ବାଲେଶ୍ବର, କଟକ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ସାମିଲ ଅଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୭୧୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୫୮୦ ଟି ମାମଲାସକ୍ରିୟ ରହିଥିବା ବେଳେ ୧୨୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୬୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୬୧୯୬୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here