Spread the love

ଭୁବନେଶ୍ୱର
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ସାମିଲ ଅଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଅନୁଗୁଳ, ନୂଆପଡା ଏବଂ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି । ତେବେ କରୋନା ଜନିତ ଅନ୍ୟ କାରଣରୁ ୫୩ ଜଣ ଲୋକ ମୃତ୍ୟୁବରଣ କରିଛନ୍ତି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here