Spread the love

ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି । ତେବେ ତଦଜନିତ ମୃତ୍ୟୁୁସଂଖ୍ୟାରେ ବ୍ରେକ ଲାଗୁନାହିଁ । ଗତ ୨୪ ଘଣ୍ଟାରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏମାନଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ସାମିଲ ଅଛନ୍ତି । ସେହିପରି ଅନୁଗୋଳ, ବାଲେଶ୍ୱର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହିତ ମୋଟ ମୃତ୍ୟୁସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here