Spread the love

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି । ଚିହ୍ନଟଙ୍କ ମଧ୍ୟରୁ ୧୦୪ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ବାକି ୮୩ ଜଣ ସ୍ଥାନୀୟ ସଂକ୍ରମଣ ଅଟନ୍ତି । ସେଭଳି ଆଜି ମୋଟ ୧୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନା ଅନୁଯାୟୀ ରାଜଧାନୀରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୧୪ ଜଣ ସୁସ୍ଥ ଅଛନ୍ତି । ୨୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪୧୫ଟି କେସ ସକ୍ରିୟ ରହିଛି ।

LEAVE A REPLY

Please enter your comment!
Please enter your name here