Spread the love

ଭୁବନେଶ୍ୱର :ଆଜି  ଅପରାହ୍‌ଣ ୪ଟାରେ ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଭୟ ବିଭାଗର ପରୀକ୍ଷାଫଳକୁ ଉନ୍ମୋଚନ କରିବେ। ଏହାପରେ ଛାତ୍ରଛାତ୍ରୀ www.orissaresults.nic.in ୱେବ୍‌ସାଇଟ୍‌ରେ ସେମାନଙ୍କ ରୋଲ୍‌ ନମ୍ବର ଓ ଆବଶ୍ୟକ ତଥ୍ୟ ଦେଇ ପରୀକ୍ଷା ଫଳ ଜାଣିପାରିବେ। ଚଳିତ ବର୍ଷ ୨ ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀ କଳା ବିଭାଗରେ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ବିଭାଗରେ ୮ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here