Spread the love

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି । ତେବେ ଚିହ୍ନଟଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ବାକି ୧୧୪ ଜଣ ସ୍ଥାନୀୟ ସଂକ୍ରମଣ ଅଟନ୍ତି । ସେଭଳି ଆଜି ମୋଟ ୧୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନା ଅନୁଯାୟୀ ରାଜଧାନୀରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୭୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫୬୩ ଜଣ ସୁସ୍ଥ ଅଛନ୍ତି । ୩୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୯୯୪ ଟି କେସ ସକ୍ରିୟ ରହିଛି ।

LEAVE A REPLY

Please enter your comment!
Please enter your name here