Spread the love

ଭୁବନେଶ୍ୱର
ରାଜ୍ୟରେ କରୋନା ପ୍ରକୋପ କମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ୧୧୨୩ ଜଣ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ୧୮୨୬ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୪୭୯କୁ ବୃଦ୍ଧି ପାଇଛି । ଏବେ ୨୬୬୦୨ଟି ମାମଲା ସକ୍ରିୟ ଥିବାବେଳେ ୫୪୪୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱରରୁ ୮୮ଜଣ, ବରଗଡରୁ ୬୨ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀରରୁ ୫୭ଜଣ, ବୌଦ୍ଧରୁ ୩ଜଣ, କଟକରୁ ୫୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମରୁ ୧୭୯ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁରରୁ ୨୧୫ଜଣ, ଝାରସୁଗୁଡ଼ାରୁ ୨୦ଜଣ, କଳାହାଣ୍ଡିରୁ ୩୦ଜଣ, କନ୍ଧମାଳରୁ ୩୪ଜଣ, କେନ୍ଦ୍ରାପଡ଼ାରୁ ୫୬ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧାରୁ ୪୭୪ଜଣ, କୋରାପୁଟରୁ ୧୮୧ଜଣ, ମାଲକାନଗିରିରୁ ୭୮ଜଣ, ମୟୁରଭଞ୍ଜରୁ ୧୫୬ଜଣ, ନବରଙ୍ଗପୁରରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୯୩ଜଣ, ନୂଆପଡ଼ାରୁ ୨ଜଣ, ପୁରୀ ଜିଲ୍ଲାରୁ ୮୬ଜଣ, ରାୟଗଡା ଜିଲ୍ଲାରୁ ୧୪୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୪ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୧ଜଣ ମୃତ୍ୟୁବରଣ କରିଛନ୍ତି ।

LEAVE A REPLY

Please enter your comment!
Please enter your name here