Spread the love

ନୂଆଦିଲ୍ଲୀ
ଦେଶରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି । ପ୍ରତ୍ୟେକ ଦିନ ଆକ୍ରାନ୍ତଙ୍କ ସହ ମୃତ୍ୟୁସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୨୦୫୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୮୦୩ ଜଣଙ୍କ ମୃତ୍ୟୁ ଘଟିଛି । ଏହା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫୫୭୪୫ରେ ପହଞ୍ଚି ଥିବାବେଳେ ମୃତ୍ୟୁସଂଖ୍ୟା ୩୮୯୩୮ଛୁଇଁଛି । ଏବେ ସୁଦ୍ଧା ୨.୧୦ ପ୍ରତିଶତ ଲୋକ ମୃତ୍ୟୁବରଣ କରିଛନ୍ତି । ଏବେ ୫୮୬୨୯୮ଟି ମାମଲା ସକ୍ରିୟ ଥିବାବେଳେ ୧୨୩୦୫୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here