Spread the love

ନୂଆଦିଲ୍ଲୀ
ଦେଶରେ କରୋନା ସ୍ଥିତି ଦିନକୁ ଦିନ ଅଣାୟତ ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୧୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହିତ ମୋଟ ମୃତ୍ୟୁସଂଖ୍ୟା ୬୫୨୮୮ରେ ପହଞ୍ଚି ଯାଇଛି । ଏବେ ୭୮୫୯୯୬ଟି ମାମଲା ସକ୍ରିୟ ଥିବାବେଳେ ୨୮୩୯୮୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ଦିନକରେ ୬୫୦୮୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସୁସ୍ଥ ହାର ୭୬.୯୪ ପ୍ରତିଶତ ଥିବାବେଳେ ମୃତ୍ୟୁହାର ୧.୭୭ ପ୍ରତିଶତ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here