Spread the love

ନୂଆଦିଲ୍ଲ: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲା ଠାରେ ଦେଶବାସୀଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ । ଏହି ଅବସର ସେ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ । କିନ୍ତୁ ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ସୀମା ବୃଦ୍ଧି କରାଯିବା ନେଇ ସଂକେତ ଦେଇଛନ୍ତି । ପୂର୍ବରୁ ଝିଅମାନଙ୍କ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷ ରହିଛି, ଏହାକୁ ୨୧ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି ।ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ସୀମା ନିର୍ଧାରଣ ନିମନ୍ତେ ଏକ କମିଟି ଗଠନ କରାଯାଇଛି । କମିଟିର ପ୍ରସ୍ତାବ ଅନୁସାରେ ସରକାର ଏ ସମ୍ପର୍କରେ ଶୀଘ୍ର ନିଷ୍ପତ୍ତି ନେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

LEAVE A REPLY

Please enter your comment!
Please enter your name here