Spread the love

ଭୁବନେଶ୍ୱର : କରୋନା ଯୋଗୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ରାଜ୍ୟ ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ରୁ ୬ ବର୍ଷ ବୟସର ପ୍ରାକ୍-ବିଦ୍ୟାଳୟ ଶିଶୁମାନଙ୍କୁ ଅଙ୍ଗନବାଡି କେନ୍ଦ୍ରରେ ଦିଆଯାଉଥିବା ରନ୍ଧା ଖାଦ୍ୟ ବଦଳରେ ଶୁଖିଲା ରାସନ ସାମଗ୍ରୀ ଯୋଗାଇ ଦିଆଯାଇଛି । ଶୁଖିଲା ରାସନ ବାବଦକୁ ଛତୁଆ, ବାଦାମ ଲଡୁ, ଚିକି, ଅଣ୍ଡା ଏବଂ ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାରେ ହିତାଧିକାରୀମାନଙ୍କୁ ମାଣ୍ଡିଆ ଚୂନାର ପ୍ୟାକେଟ୍ ବଣ୍ଟନ କରାଯାଇଛି ।ପରିପୂରକ ପୁଷ୍ଟିସାଧନ କାର୍ଯ୍ୟକ୍ରମରେ ଏହି ଯୋଜନା ଦ୍ୱାରା ରାଜ୍ୟର ୪୧ ଲକ୍ଷ ୨୭ ହଜାର ୫୦ ଜଣ ହିତାଧିକାରୀ ଉପକୃତ ହେଇଛନ୍ତି ।

LEAVE A REPLY

Please enter your comment!
Please enter your name here