Spread the love
ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ତାରିଖ ସୁଦ୍ଧା ରାଜ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସେଭଳି ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।ଏନେଇ  ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡିଶାର ବହୁ ସ୍ଥାନରେ ହାଲୁକା ଏବଂ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, କଳାହାଣ୍ଡି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here