Spread the love

ଭୁବନେଶ୍ଵର : ରାଜଧାନୀରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପକ୍ଷରୁ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଘଟଣାକୁ ସପ୍ତାହେ ବିତି ଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନାହିଁ । ଏହି ମାମଲାରେ ଭୁବନେଶ୍ବର ଡିସିପି ଉମାଶଙ୍କର ଦାସ କହିଛନ୍ତି , ପୋଲିସ ଗମ୍ଭୀରତାର ସହ ତଦନ୍ତ ଜାରି ରଖିଛି ।ସ୍ଵତନ୍ତ୍ର ତଦନ୍ତକାରୀ ଟିମ୍ ବିଭିନ୍ନ ତଥ୍ୟ ସଂଗ୍ରହ କରୁଛନ୍ତି । ଅନ୍ୟପଟେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ନାବାଳିକା ଦୁଷ୍କର୍ମ ମାମଲାର ୭ ଅଭିଯୁକ୍ତଙ୍କୁ ଗିରଫ କରିବାକୁ କମିଶନରେଟ୍ ପୋଲିସକୁ ନିର୍ଦ୍ଦେଶ ଦେଇଛି । ୪୮ ଘଣ୍ଟା ଭିତରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶରେ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here