Spread the love

ବ୍ରହ୍ମପୁର: କରୋନା ହଟସ୍ପଟ ଜିଲ୍ଲା ଗଞ୍ଜାମ । ଗଞ୍ଜାମ ଜିଲ୍ଲାରେ କରୋନା ଲୋକଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ଆଜି ଜିଲ୍ଲାରୁ ପୁଣି ୩୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ଶହେ ଟପିଛି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୯୯୨କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଜିଲ୍ଲାରେ କୋରନା ସଂକ୍ରମଣକୁ ବ୍ରେକ୍ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here