Spread the love

ନୂଆଦିଲ୍ଲୀ
ଆଜି ଦେଶର ଆଉ ଜଣେ ମୁଖ୍ୟମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏବେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଛି । ସେ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ମୋର କୌଣସି କରୋନା ଲକ୍ଷଣ ନଥିଲା ଏବଂ ଏବେ ମୁଁ ଆଇସୋଲେସନରେ ରହିଛି । ମୁଁ ଘରେ ରହି କାମ ଜାରି ରଖିବି । ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏହା ପୂର୍ବରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, କର୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପା ପ୍ରମୁଖ କରୋନାରେ ଆକ୍ରାନ୍ତ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here