Spread the love
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାସହିତ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ  ଏହି ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରାଯାଇଛି । ରବିବାର ଅପରାହ୍ନ ସୁଦ୍ଧା ରାଜ୍ୟର ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କାଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ ,କାଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି।  ଏ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here