Spread the love

ଭୁବନେଶ୍ୱର : ଆଗାମୀ ପୂଜା ଛୁଟି ପର୍ଯ୍ୟନ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ରହିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିବା ସମୟରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ । ରାଜ୍ୟରେ ଗତ କିଛି ଦିନ ଧରି କୋରୋନା ସଂକ୍ରମଣ ସଂଖ୍ୟା ୩ ହଜାରରୁ ଉର୍ଦ୍ଧ୍ୱରେ ରହୁଛି, ଯାହାକୁ ନେଇ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

LEAVE A REPLY

Please enter your comment!
Please enter your name here