Spread the love

କଟକ: ବହୁ ଚର୍ଚ୍ଚିତ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଜି ତଦନ୍ତ ଶୀଘ୍ର ଶେଷ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଜାରି କରିଛନ୍ତି ।ଜଷ୍ଟିସ ବିଶ୍ବନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଆଦିତ୍ୟଙ୍କ ମା’ ପଦ୍ମାଳୟା ଦାସ, ବାପା ନନ୍ଦିକିଶୋର ଦାସ ଓ ପତ୍ନୀ ବିଦ୍ୟାଶ୍ରୀ ଶିଶୁଙ୍କ ପକ୍ଷରୁ ଦାୟର ଏ ସଂପର୍କିତ ଆବେଦନର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଏକ ମାସ ପରେ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି।ଆଦିତ୍ୟଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରାଯାଉ ବୋଲି ପତ୍ନୀ ବିଦ୍ୟାଶ୍ରୀ କୋର୍ଟରେ ଆବେଦନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here