Mumbai faced interim rainfall through the day on Monday Express Photo by Amit Chakravarty 09-09-2019, Mumbai
Spread the love

ଭୁବନେଶ୍ବର : ସୋମବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କରେ ପରିଣତ ହୋଇଛି ।ଏନେଇ ଦକ୍ଷିଣ ଓଡିଶାରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଉତ୍ତର ଉପକୂଳ ଓ ଆଭ୍ୟନ୍ତର ଜିଲ୍ଲାରେ କିଛି ସ୍ଥାନରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମ୍ଭାବନା ନେଇ ରାଜ୍ୟର ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି ,କୋରାପୁଟ ,କଳାହାଣ୍ଡି ଓ ରାୟଗଡାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଅନ୍ୟପଟେ ଏହି ଲଘୁଚାପ ଯୋଗୁ ଗୋଟିଏ କିମ୍ଭା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

LEAVE A REPLY

Please enter your comment!
Please enter your name here