Spread the love

ଭୁବନେଶ୍ୱର
ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ଆଜି ଠାରୁ ୨୬ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ୬ ଜିଲ୍ଲା ଅନୁଗୁଳ,ଦେଓଗଡ, ସୁନ୍ଦରଗଡ, ପୁରୀ, କନ୍ଧମାଳ ଓ ବୌଦ୍ଧକୁ ୟେଲୋ ଏବଂ ୯ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ କୁ ଅରେଞ୍ଜ ୱାର୍ଣିଂ ଜାରି କରାଯାଇଛି । ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟିି ରଖିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏହା ସହିତ ଆଗାମୀ ୩ ଦିନ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here